ଯାଜପୁର : ହାଇୱା ଧକ୍କାରେ ବାଇକ ଆରୋହୀଙ୍କ ଶୋଚନୀୟ ମୃତ୍ୟୁ । ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ଯାଜପୁର ଜିଲ୍ଲା ଚଣ୍ଡିଖୋଲ – ଡ଼ୁବୁରୀ ୫୩ନଂ ଜାତୀୟ ରାଜପଥ ଆରୁହା ଛକ ନିକଟରେ। ମୃତକ ହେଉଛନ୍ତି ସ୍ଥାନୀୟ ଆରୁହା ଗାଁର ଶଶୀକାନ୍ତ ବଳ। ସେ ସୁକିନ୍ଦା ତହସିଲରେ ରାଜସ୍ୱ ନିରୀକ୍ଷକ ଭାବେ କାର୍ଯ୍ୟରତ। ତେବେ ଆଜି ଅପରାହ୍ନରେ ସେ ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଆରୁହା ନିକଟରେ ଏକ ହାଇୱା ଗାଡି ତାଙ୍କୁ ଧକ୍କା ଦେଇ ଚାଲିଯାଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣା ପରେ ଉତ୍ୟକ୍ତ ଲୋକଙ୍କ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଘଟଣାସ୍ଥଳରେ ଧର୍ମଶାଳା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି ।
